-
ଗତ ୨୪ ଘଂଟା ମଧ୍ୟରେ ମାଲକାନଗିରି ଜିଲ୍ଲାର ପଡ଼ିଆରେ ସର୍ବାଧିକ ୬.୨ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ଵର, ରାଜ୍ୟରେ ପଶ୍ଚିମା-ଝଡ଼ର ପ୍ରଭାବ ଜାରି ରହିଛି । ପଶ୍ଚିମା-ଝଡ଼ ପ୍ରଭାବରେ ଗତ ୨୪ ଘଂଟା ମଧ୍ୟରେ ମାଲକାନଗିରି ଜିଲ୍ଲାର ପଡ଼ିଆରେ ସର୍ବାଧିକ ୬.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କେନ୍ଦୁଝର ଜିଲ୍ଲାର କେନ୍ଦୁଝରଗଡ଼ରେ ୧.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବାରିପଦାରେ ୧.୦ ମି.ମି., କୋରାପୁଟ ଜିଲ୍ଲାର ବୋରିଗୁମ୍ମାରେ ୧.୦ ମି.ମି. ଏବଂ ଭଦ୍ରକର ଚାନ୍ଦବାଲିରେ ୦.୫ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।