
ଭୁବନେଶ୍ୱର, ପୂର୍ବତନ ବିଧାୟକ ବିରେନ୍ଦ୍ର ପାଣ୍ଡେଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ -ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ବିରେନ୍ଦ୍ର ପାଣ୍ଡେଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସ୍ଥାନୀୟ ନିର୍ବାଚନମଣ୍ଡଳୀରେ ଲୋକକଲ୍ୟାଣ ଦିଗରେ ସେ କରିଥିବା କାର୍ଯ୍ୟ ଗୁଡିକ ସବୁ ଦିନ ପାଇଁ ମନେ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।