
ଭୁବନେଶ୍ୱର, ପୂର୍ବତନ ବିଧାୟକ ବିରେନ୍ଦ୍ର ପାଣ୍ଡେଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି ଯେ -ଝାରସୁଗୁଡ଼ାର ପୂର୍ବତନ ବିଧାୟକ ବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଜନପ୍ରତିନିଧି ଭାବେ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି ।