
ଭୁବନେଶ୍ଵର,ପଶ୍ଚିମ ଝଡ଼ ପ୍ରଭାବରେ ଗତ ୨୪ ଘଂଟାରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହୋଇଛି । ସୁନ୍ଦରଗଡ଼ ଜିଲ୍ଲାର ମନ୍ଦିରାଡ୍ୟାମ୍ ରେ ସର୍ବାଧିକ ୧୨୯.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ମୟୂରଭଞ୍ଜ ଜିଲ୍ଲାର କପ୍ତିପଦାରେ ୫୮.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବାଲିମୁଣ୍ଡୁଳିରେ ୪୧.୮ ମି.ମି., ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼ରେ ୪୦.୪ ମି.ମି., ଗଞ୍ଜାମ ଜିଲ୍ଲାର ସୋରଡ଼ାରେ ୪୦.୨ ମି.ମି., ସୋନପୁର ଜିଲ୍ଲାର ତରଭାରେ ୩୯.୦ ମି.ମି., କେନ୍ଦୁଝର ଜିଲ୍ଲାର ଚମ୍ପୁଆରେ ୩୪.୦ ମି.ମି., ଝାରସୁଗୁଡ଼ା ଜିଲ୍ଲାର ଲଇକେରାରେ ୩୧.୧ ମି.ମି., ମୟୂରଭଞ୍ଜ ଜିଲ୍ଲାର ଯଶିପୁରରେ୨୮.୪ ମି.ମି., ଝାରସୁଗୁଡ଼ା ଜିଲ୍ଲାର କୋଲାବିରାରେ ୨୮.୩ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ବଣାଇଗଡ଼ରେ ୨୮.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଜାମଦାରେ ୨୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵରରେ ୬.୨ ଏବଂ କଟକରେ ୫.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି।