ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ମାଲକାନଗିରିରେ ୩୪.୦ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ଅନୁଗୁଳରେ ୧୩.୬ ଡ଼ିଗ୍ରୀ ରେକର୍ଡ଼ ହୋଇଛି।
ସେହିପରି ରାଜଧାନୀ ଭୁବନେଶ୍ଵରରେ ଦିନର ସର୍ବୋଚ୍ଚ ତାପମାତ୍ରା ୨୬.୪ ଡ଼ିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ୧୭.୩ ଡ଼ିଗ୍ରୀ ରେକର୍ଡ଼ ହୋଇଛି । କଟକରେ ସର୍ବୋଚ୍ଚ ତାପମାତ୍ରା ୨୬ .୫ ଡ଼ିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା ୧୭.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।