ଭୁବନେଶ୍ୱର, ଝାରସୁଗୁଡାର ପୂର୍ବତନ ବିଧାୟକ ବୀରେନ୍ଦ୍ର ପାଣ୍ଡେଙ୍କ ପରଲୋକ ହେବା ପରେ ଆଜି ବିଧାନସଭାରେ ତାଙ୍କ ପାଇଁ ଶୋକ ପ୍ରସ୍ତାବ ପାରିତ କରାଯାଇଛି । ଆଜି ନିର୍ଧାରିତ 10.30 ମିନିଟରେ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୋକ ପ୍ରସ୍ତାବ ଆଗତ କରିବାକୁ କହିଥିଲେ । ତଦନୁଯାୟୀ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଥିଲେ । ଏହି ପ୍ରସ୍ତାବକୁ ବିରୋଧୀ ଦଳର ମୁଖ୍ୟ ସଚେତକ ମୋହନ ମାଝୀ ଓ କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର ସମର୍ଥନ କରିଥିଲେ । ଏହା ପରେ ବୀରେନ୍ଦ୍ର ପାଣ୍ଡେଙ୍କ ଅମର ଆତ୍ମାର ସଦଗତି କାମନା କରିବାକୁ ଗୃହରେ ଏକ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା ଓ ଶୋକ ପ୍ରସ୍ତାବ ପାରିତ କରାଯାଇଥିଲା ।
Related Stories
November 23, 2024