
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ଯାଜପୁରରେ ୩୫.୦ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ନୂଆପଡ଼ାରେ ୧୩.୪ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।
ସେହିପରି ରାଜଧାନୀ ଭୁବନେଶ୍ଵରରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୨.୦ ଡ଼ିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ୨୦.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି । କଟକରେ ସର୍ବୋଚ୍ଚ ତାପମାତ୍ରା ୩୩.୦ ଡ଼ିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା ୨୦.୬ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।