
କୋଲକାତା/ଭୁବନେଶ୍ୱର, ଆଜିଠୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ମମତା ମଙ୍ଗଳବାର ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବେ ।ଭୁବନେଶ୍ୱରରେ ରାତ୍ରୀ ଯାପନ ପରେ ଆସନ୍ତାକାଲି ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ ମମତା ବାନାର୍ଜୀ । ଏହାପରେ ୨୩ ତାରିଖରେ ମମତା ଭୁବନେଶ୍ୱର ଫେରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ସୌଜନ୍ୟମୂଳକ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି । ସେହିଦିନ ସନ୍ଧ୍ୟାରେ ମମତା ପଶ୍ଚିମବଙ୍ଗ ଫେରିଯିବେ ବୋଲି ସୂଚନା ମିଳିଛି ।