ବଲାଙ୍ଗିର, ଏପ୍ରିଲ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ନେଇ ତାରିଖ ଧାର୍ଯ୍ୟ କରାଯାଇଛି । ତଦନୁସାରେ ଏପ୍ରିଲ ମାସ ୩ ତାରିଖ (ସୋମବାର) ସକାଳ ୧୦ଟା ୩୦ ମିନିଟ ସମୟରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟ।ଳୟ ସମ୍ମିଳନୀ କକ୍ଷ ଠାରେ,୧୦ ତାରିଖ ସକାଳ ୮ଟା ୩୦ ମିନିଟ ସମୟରେ ଦେଓଗାଁ ବ୍ଲକ ଅନ୍ତର୍ଗତ ଉପରଝର ଗ୍ରାମପଞ୍ଚାୟତ କାର୍ଯ୍ୟ।ଳୟ ଠାରେ, ୧୭ ତାରିଖ ସକାଳ ୮ଟା ୩୦ ମିନିଟ ସମୟରେ ଟିଟିଲାଗଡ ବ୍ଲକ ଅନ୍ତର୍ଗତ ଖୋଲାନ ଗ୍ରାମପଞ୍ଚାୟତ କାର୍ଯ୍ୟ।ଳୟ ଠାରେ ଓ ୨୪ ତାରିଖ ସକାଳ ୮ଟା ୩୦ ମିନିଟ ସମୟରେ ତୁରେକେଲା ବ୍ଲକ ଅନ୍ତର୍ଗତ ଝରଣୀ ଗ୍ରାମପଞ୍ଚାୟତ କାର୍ଯ୍ୟ।ଳୟ ଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁଷ୍ଠିତ ହେବ ।
ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ସେମାନଙ୍କର ବ୍ୟକ୍ତିଗତ ତଥା ସାମୁହିକ ସମସ୍ୟାମୂଳକ ଅଭିଯୋଗ ଜଣାଇପାରିବେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି ସମ୍ପୃକ୍ତ ଅଞ୍ଚଳର ଜନସାଧାରଣଙ୍କ ଅଭିଯୋଗ ଶୁଣାଣୀ କରି ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରିବେ । ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଏହି ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ନିଜ ନିଜର ଅଭିଯୋଗ ଜଣାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଉଛି ।