ନୂଆଦିଲ୍ଲୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉତ୍କଳ ଦିବସ ଅବସରରେ ଶୁଭକାମନା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ ଓଡ଼ିଶାର ଜନସାଧାରଣଙ୍କୁ ‘ଉତ୍କଳ ଦିବସ’ର ଅଭିନନ୍ଦନ ଜଣାଇବା ସହ ଭାଷାଭିତ୍ତିକ ଓଡ଼ିଶା ପ୍ରଦେଶ ଗଠନର ବରପୁତ୍ର ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି । ଏହି ଦିନଟି ଆମ ସମସ୍ତ ଉତ୍କଳୀୟଙ୍କ ପାଇଁ ସ୍ମରଣୀୟ ଦିବସ । ଆସନ୍ତୁ, ଓଡ଼ିଆ ଜାତିକୁ ପୁଣି ଥରେ ଶକ୍ତିଶାଳୀ, ସମୃଦ୍ଧ ଓ ଭବ୍ୟ କରିବା ପାଇଁ ବଦ୍ଧପରିକର ହେବା ।
ବନ୍ଦେ ଉତ୍କଳ ଜନନୀ