ନୂଆଦିଲ୍ଲୀ, ଗୃହ ମନ୍ତ୍ରୀ ଅମିତ ଶାହ ଉତ୍କଳ ଦିବସ ଅବସରରେ ଶୁଭକାମନା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ -ଉତ୍କଳ ଦିବସରେ ମୁଁ ଓଡ଼ିଶାର ଭଉଣୀ ଏବଂ ଭାଇମାନଙ୍କୁ ମୋର ଶୁଭେଚ୍ଛା ଜଣାଉଛି।
ପ୍ରାଚୀନ ମନ୍ଦିର, ସମୃଦ୍ଧ ସାଂସ୍କୃତିକ ଐତିହ, ସୁନ୍ଦର ହୃଦୟର ଲୋକ ଏବଂ ସବୁଜିମାରେ ଭରପୁର ଜଙ୍ଗଲ ସହିତ ଓଡ଼ିଶା ଭାରତର ସ୍ଵାଭିମାନର ମୁକୁଟ ଉପରେ ଶୋଭା ପାଉଥିବା ଏକ ଅମୂଲ୍ୟ ରତ୍ନ ।ମହାପ୍ରଭୁ ଜଗନ୍ନାଥ ରାଜ୍ୟକୁ ସୁଖ ଓ ସମୃଦ୍ଧତା ଆଶୀର୍ବାଦ କରନ୍ତୁ।