
ଭୁବନେଶ୍ୱର, ଆଜି କୋରାପୁଟ ଜିଲ୍ଲାର କୋଟିଆରେ ଉତ୍କଳ ଦିବସ ପାଳିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେଠାରେ ସ୍ଥାନୀୟ ଗ୍ରାମବାସୀଙ୍କୁ ଭେଟିବା ସହ କୋଟିଆ ଗ୍ରାମ ସମିତି ଦ୍ୱାରା ଆୟୋଜିତ ‘ଉତ୍କଳ ଦିବସ’ କାର୍ଯ୍ୟକ୍ରମରେ ଯୋଗଦେବେ । ପରବର୍ତୀ ସମୟରେ ଶ୍ରୀ ପ୍ରଧାନ କୋରାପୁଟ ସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିବା ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଲୋକାର୍ପଣ କରିବେ । ବିଶ୍ୱବିଦ୍ୟାଳୟ କର୍ତୃପକ୍ଷ ଓ ପ୍ରାଧ୍ୟାପକଙ୍କ ସହ ଏକ ସମୀକ୍ଷା ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।