ଭୁବନେଶ୍ଵର, ପଶ୍ଚିମା ଝଡ଼ ପ୍ରଭାବରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗଞ୍ଜାମ ଜିଲ୍ଲାର ଗୋପାଳପୁରରେ ସର୍ବାଧିକ ୧୦୮.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଗଞ୍ଜାମ ଜିଲ୍ଲାର ରଙ୍ଗେଇଲୁଣ୍ଡାରେ ୭୭.୩ ମି.ମି., ଗଞ୍ଜାମ ଜିଲ୍ଲାର ଛତ୍ରପୁରରେ ୫୬.୦, ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀରେ ୪୮.୦, କୋରାପୁଟ ଜିଲ୍ଲାର କୋଟପାଡ଼ରେ ୪୬.୦, କଟକ ଜିଲ୍ଲାର ନିଶ୍ଚିନ୍ତକୋଇଲିରେ ୪୪.୦, ଖୋର୍ଦ୍ଧା ଜିଲ୍ଲାର ବାଲିପାଟଣାରେ ୪୨.୦, ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡିରେ ୪୧.୦, ରାୟଗଡ଼ାର ଆର. ଗୁଡାରେ ୩୭.୪, କେନ୍ଦ୍ରାପଡ଼ା ଜିଲ୍ଲାର ଡ଼େରାବିଶରେ ୩୭.୦, କଟକରେ ୧୨.୪ ଏବଂ ଭୁବନେଶ୍ଵରରେ ସର୍ବନିମ୍ନ ୧୦.୬ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
May 17, 2024