
ଭୁବନେଶ୍ୱର,ସ୍ୱାଧୀନତା ସଂଗ୍ରାମୀ ଶହୀଦ ରଘୁ-ଦିବାକରଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପାଳନ କରାଯାଇଛି । ଏହି ଅବସରରେ ମଙ୍ଗଳବାର ପୂର୍ବାହ୍ନରେ ୟୁନିଟ୍-୯ ସ୍ଥିତ ରଘୁ-ଦିବାକରଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି । ଏହି ଅବସରରେ ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ , ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ସହକାରୀ ନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀ, ଶହୀଦ ରଘୁ-ଦିବାକର ସ୍ମୃତି କମିଟିର କର୍ମକର୍ତା ଓ ସଦସ୍ୟବୃନ୍ଦଙ୍କ ସମେତ ବହୁ ବୁଦ୍ଧିଜୀବୀ ଶହୀଦ ରଘୁ-ଦିବାକରଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।