ଭୁବନେଶ୍ୱର, କେନ୍ଦ୍ରୀୟ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତି ସ୍ଥାପନା ନେଇ ଉପୁଜିଥିବା ବିବାଦ ଦୁଃଖଦାୟକ ବୋଲି କହିଛନ୍ତି । ଓଡ଼ିଶାର ମହାନ ବିଭୂତିଙ୍କ ପ୍ରତିମୂର୍ତି ସ୍ଥାପନା ବେଳେ ପ୍ରଶାସନ ଅଧିକ ସମ୍ବେଦନଶୀଳ ଓ ଯତ୍ନବାନ ହେବା ଆବଶ୍ୟକ ବୋଲି ସେ କହିଛନ୍ତି ।
ସେ ଟ୍ୱିଟ କହିଛନ୍ତି ଯେ – ଓଡ଼ିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଅନୁଗୋଳର ଗୋପବନ୍ଧୁ ପାର୍କରେ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତି ସ୍ଥାପନା ନେଇ ଉପୁଜିଥିବା ବିବାଦ ଦୁଃଖଦାୟକ । ଓଡ଼ିଶାର ମହାନ ବିଭୂତିଙ୍କ ପ୍ରତିମୂର୍ତ୍ତତ ସ୍ଥାପନା ବେଳେ ପ୍ରଶାସନ ଅଧିକ ସମ୍ବେଦନଶୀଳ ଓ ଯତ୍ନବାନ ହେବା ଆବଶ୍ୟକ । ଅନୁଗୋଳ ପ୍ରଶାସନ ଦ୍ୱାରା ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ବାରମ୍ବାର ବିକୃତ ପ୍ରତିମୂର୍ତି ସ୍ଥାପନ ଲୋକଙ୍କୁ ଆଘାତ ଦେଇଛି ।
ପ୍ରଶାସନ ଯଥାଶୀଘ୍ର ସ୍ୱର୍ଗତ ଚୌଧୁରୀଙ୍କ ପରିବାର ଓ ବିଶେଷଜ୍ଞଙ୍କ ପରାମର୍ଶ ନେଇ ବରପୁତ୍ରଙ୍କ ସଠିକ୍ ପ୍ରତିମୂର୍ତି ନିର୍ମାଣ କରି ପୁନଃସ୍ଥାପନ କରିବା ସହ ଯଥୋଚିତ ସମ୍ମାନ ଦେବା ଉଚିତ୍ । ଓଡ଼ିଶା ପ୍ରଶାସନ ପୂର୍ବପୁରୁଷଙ୍କୁ ସମ୍ମାନ କରନ୍ତୁ କିମ୍ବା ନ କରନ୍ତୁ କିନ୍ତୁ ଅସମ୍ମାନ କରନ୍ତୁ ନାହିଁ ।