ଅନୁଗୁଳ/ଭୁବନେଶ୍ୱର, ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଭୁଲ ପ୍ରତିମୂର୍ତି ନିର୍ମାଣ ଘଟଣାର ଅନୁଧ୍ୟାନ ପାଇଁ ରାଜ୍ୟ ସରକାର ସରକାରଙ୍କ ୮ ଜଣିଆ ସ୍ୱତନ୍ତ୍ର ଟିମ୍ ଅନୁଗୁଳ ସ୍ଥିତ ନବକୃଷ୍ଣ ଚୌଧୁରୀ ଓ ମାଳତୀ ଦେବୀଙ୍କ ଅନୁଷ୍ଠାନ ବାଜି ରାଉତ ଛାତ୍ରାବାସରେ ପହଂଚିଛନ୍ତି । ସେଠାରେ ସେମାନେ ନବକୃଷ୍ଣ ଚୌଧୁରୀଙ୍କ ନୂତନ ପ୍ରତିମୂର୍ତି ସ୍ଥାପନ ସହ । ବାଜି ରାଉତ ଛାତ୍ରାବାସର ପୁନରୁଦ୍ଧାର ତଥା ସଂରକ୍ଷଣ ନେଇ ସ୍ଥିତି ଅନୁଧ୍ୟାନ କରିଛନ୍ତି ।
ସଂସ୍କୃତି ବିଭାଗର ନିର୍ଦ୍ଦେଶକ ରଞ୍ଜନ ଦାଶଙ୍କ ନେତୃତ୍ୱରେ ଆସିଥିବା ଏହି ଟିମ୍ ରେ ଦଳରେ ଓବିସିସିର ପରିଚାଳନା ନିର୍ଦ୍ଦେଶକ, ସଂସ୍କୃତି ବିଭାଗ ଯୁଗ୍ମ ନିର୍ଦ୍ଦେଶକ ଏବଂ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ସୁଆଣ୍ଡୋର ସଂରକ୍ଷଣ ତଥା ନିର୍ମାଣ କାର୍ଯ୍ୟରେ ନିୟୋଜକ ଶିଳ୍ପୀ ଜୟନ୍ତ ଦାସ ପ୍ରମୁଖ ସାମିଲ ଅଛନ୍ତି ।
ସୂଚନାଯୋଗ୍ୟ ଯେ ଅନୁଗୁଳଠାରେ ନବକୃଷ୍ଣ ଚୌଧୁରୀଙ୍କ ତ୍ରୁଟିପୂର୍ଣ୍ଣ ଭାବେ ନିର୍ମାଣ କରାଯାଇ ସ୍ଥାପନ କରାଯାଇଥିବା ପ୍ରତିମୂର୍ତିକୁ ଗତକାଲି ହଟାଇ ଦିଆଯାଇଥିଲା । ନୂତନ ପୂର୍ଣ୍ଣାବୟବ ପ୍ରତିମୂର୍ତି ନିର୍ମାଣ ହୋଇସାରିଲେ ତାହା ପୁନଃସ୍ଥାପିତ ହେବ ।