ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ଝାରସୁଗୁଡ଼ା ଏବଂ ରାଉରକେଲାରେ ୩୯.୪ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ନୂଆପଡ଼ାରେ ୨୦.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।
ସେହିପରି ରାଜଧାନୀ ଭୁବନେଶ୍ଵରରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୭.୧ ଡ଼ିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ୨୫.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି । କଟକରେ ସର୍ବୋଚ୍ଚ ତାପମାତ୍ରା ୩୬.୫ ଡ଼ିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା ୨୫.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।