
ଭୁବନେଶ୍ଵର,ଗତ କିଛି ଦିନ ହେଲା ରାଜ୍ୟରେ ଦିନ ତାପମାତ୍ରା କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି । ଫଳରେ ପ୍ରବଳ ଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିରେ ଜନଜୀବନ ଅତିଷ୍ଠ ହୋଇପଡିଛି । ଆଜି ଦିନ ୧୧ଟା ୩୦ ସୁଦ୍ଧା ରାଜ୍ୟର ୧୦ ସହରରେ ତାପମାତ୍ରା ୩୦ ଡ଼ିଗ୍ରୀ ଉପରେ ରହିଛି । ଦିନ ୧୧ଟା ୩୦ ସୁଦ୍ଧା ଝାରସୁଗୁଡାରେ ତାପମାତ୍ରା ୩୯.୮ ଡ଼ିଗ୍ରୀ ରେକର୍ଡ ହୋଇଛି ।
ସେହିପରି କେନ୍ଦୁଝରରେ ୩୯.୨ ଡ଼ିଗ୍ରୀ, ସମ୍ବଲପୁରରେ ୩୮.୪ ଡ଼ିଗ୍ରୀ, ହୀରାକୁଦରେ ୩୬.୮ ଡ଼ିଗ୍ରୀ, ଚାନ୍ଦବାଲିରେ ୩୮.୦ ଡ଼ିଗ୍ରୀ, ଭୁବନେଶ୍ଵରରେ ୩୭.୮ ଡ଼ିଗ୍ରୀ, ବାଲେଶ୍ଵରରେ ୩୭.୦ ଡ଼ିଗ୍ରୀ, ଗୋପାଳପୁରରେ ୩୩.୮ ଡ଼ିଗ୍ରୀ, ପୁରୀରେ ୩୩.୬ ଡ଼ିଗ୍ରୀ ଏବଂ ପାରାଦୀପରେ ୩୨.୨ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।