
ପୁରୀ/ଭୁବନେଶ୍ୱର, ଆସନ୍ତାକାଲି (ବୁଧବାର) ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ସନ୍ଧ୍ୟା ୬ ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି ।
ଲୋକ ସମ୍ପର୍କ ବିଭାଗର ସୂଚନା ଅନୁଯାୟୀ ଆସନ୍ତାକାଲି (୧୯.୪.୨୦୨୩, ବୁଧବାର) ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ରୁ ରାତ୍ର ଘ.୧୦.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଙ୍କ ପାଇଁ ଦର୍ଶନ ବନ୍ଦ ରହିବ ।