
ଭୁବନେଶ୍ଵର,୨୨ ଏବଂ ୨୩ ତାରିଖରେ ରାଜ୍ୟରେ କାଳବୈଶାଖୀର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ କୁଆପଥର ବର୍ଷା ତଥା ପବନ ଘଂଟା ପ୍ରତି ୪୦ ରୁ ୫୦ କି.ମି. ବେଗରେ ବହିବାର ସମ୍ଭାବନା ରହିଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।