
ଭୁବନେଶ୍ୱର, ଜାମ୍ମୁ କାଶ୍ମୀରରେ ବୀର ଜବାନ ଦେବାଶୀଷଙ୍କ ବଳିଦାନ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀ ପଟ୍ଟନାୟକ ଟ୍ୱିଟ କରି କହିଛନ୍ତି ଯେ – “ଜମ୍ମୁ କାଶ୍ମୀରର ପୁଞ୍ଛରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ବୀର ଯବାନ ଦେବାଶିଷ ବିଶ୍ୱାଳ ଶହୀଦ ହୋଇଥିବା ଖବର ଅତ୍ୟନ୍ତ ଦୁଃଖଦାୟକ। ଦେଶର ସୁରକ୍ଷାରେ ତାଙ୍କର ବଳିଦାନ ସବୁବେଳେ ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।”