ଭୁବନେଶ୍ବର, ପବିତ୍ର ଇଦ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମସ୍ତ ମୁସଲମାନ ଭାଇ ଭଉଣୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।
ସେ ଟ୍ୱିଟ କରି କହିଛନ୍ତି ଯେ , ଇଦ୍ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ଆଲ୍ଲା ଆମ ଜୀବନରେ ସୁଖ, ସମୃଦ୍ଧି ଏବଂ ଶାନ୍ତି ଆଣନ୍ତୁ ଏବଂ ଆମକୁ ଦୟା ଏବଂ ପ୍ରେମ ପଥରେ ଆଗେଇ ନିଅନ୍ତୁ।