
ଭୁବନେଶ୍ଵର, ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରୀ ରହିଛି । ଯାହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କୋରାପୁଟରେ ସର୍ବାଧିକ ୩୬.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ନବରଙ୍ଗପୁର ଜିଲ୍ଲାର ପାପଡ଼ାହାଣ୍ଡିରେ ୩୪.୦ ମି.ମି., ସମ୍ବଲପୁର ଜିଲ୍ଲାର କୁଚିଣ୍ଡା ୩୨.୨ମି.ମି., ନବରଙ୍ଗପୁର ଜିଲ୍ଲାର ଚନ୍ଦାହାଣ୍ଡିରେ ୩୨.୦ ମି.ମି., କୋରାପୁଟ ଜିଲ୍ଲାର ଜୟପୁରରେ ୨୯.୨ ମି.ମି., ନବରଙ୍ଗପୁର ଜିଲ୍ଲାର ଡ଼ାବୁଗାଁରେ ୨୮.୨, ନବରଙ୍ଗପୁରରେ ୨୮.୦, ମାଲକାନଗିରି ଜିଲ୍ଲାର ପଡ଼ିଆରେ ୨୫.୩, କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ରେ ୨୩.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।