
-
ସମ୍ବଲପୁର ହିଂସା ମାମଲାର ଏନଆଇଏ ତଦନ୍ତ ପାଇଁ ସୁପାରିଶ କରନ୍ତୁ ରାଜ୍ୟ ସରକାର
ସମ୍ବଲପୁର , ରାଜ୍ୟ ବିଜେପି ଓଡିଶାରେ ଆତଙ୍କବାଦୀ ଆକ୍ରମଣ ହେବାର ଆଶଙ୍କା ପ୍ରକାଶ କରିଛି । ସମ୍ବଲପୁରରେ ହିଂସା ଓ ଗୁଡୁ ମୁସଲିମର ବରଗଡ଼ ଆସିବା ନେଇ ସାଂସଦ ସୁରେଶ ପୂଜାରୀଙ୍କ ଏହି ଆଶଙ୍କା ବ୍ୟକ୍ତ କରିଛନ୍ତି ।
ଏକ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି ଯେ ଗତ ୧୨ ତାରିଖ ସମ୍ବଲପୁର ହିଂସାରେ ଦେଶବିରୋଧୀ ସ୍ଲୋଗାନ ଦିଆଗଲା । ସମ୍ବଲପୁରରେ ରାଷ୍ଟ୍ରବିରୋଧୀ ଶକ୍ତି ଉପସ୍ଥିତ ଥିବା ସ୍ପଷ୍ଟ ହୋଇଛି । ଏଭଳି ସ୍ଥିତିରେ ଗ୍ୟାଙ୍ଗଷ୍ଟର ଗୁଡୁ ମୁସଲିମ ପୁରୀ ଓ ବରଗଡ଼ ଆସିଥିବା ଜଣାପଡ଼ିଛି । ଗୁଡୁର ପ୍ରମୁଖ ସହଯୋଗୀ ସୋହେଲାର ରାଜା ଖାଁ ନାଁରେ ବହୁ ମାମଲା ରହିଛି । ଗୁଡୁ ମୁସଲିମ ଓ ରାଜା ଖାଁ ମଧ୍ୟରେ କଣ ସଂପର୍କ, କିଏ ରାଜାର ପୃଷ୍ଠପୋଷକ ବୋଲି ସେ ପ୍ରଶ୍ନ କରିଛନ୍ତି ।
ସେ କହିଛନ୍ତି ଯେ ୧୨ ତାରିଖ ସମ୍ବଲପୁର ହିଂସା ଘଟଣା ସହ ଉଭୟଙ୍କ ସଂପର୍କ କଣ ବୋଲି ମଧ୍ୟ ସେ ପ୍ରଶ୍ନ କରିଛନ୍ତି . ପୁରୀ ଶ୍ରୀମନ୍ଦିର ସୁରକ୍ଷିତ ଥିବା ନେଇ ରାଜ୍ୟ ସରକାରଙ୍କ ବିବୃତି ଆବଶ୍ୟକ ବୋଲି ସେ କହିଛନ୍ତି ।
‘ସମ୍ବଲପୁର ହିଂସା ନେଇ ଆମେ ଅମିତ ଶାହାଙ୍କ ଦୃଷ୍ଟି ଆକର୍ଷଣ କରିଛୁ । ରାଜ୍ୟ ସରକାର ରାଷ୍ଟ୍ରହୀତ ଦୃଷ୍ଟିରୁ ଏନଆଇଏ କୁ ତଦନ୍ତ ଦାୟିତ୍ୱ ଦିଅନ୍ତୁ ବୋଲି ସେ ଦାବି କରିଛନ୍ତି ।