ଭୁବନେଶ୍ଵର,ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରୀ ରହିଛି । ଯାହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼ ଜିଲ୍ଲାର ବଣାଇଗଡ଼ରେ ସର୍ବାଧିକ ୯୩.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କେନ୍ଦୁଝର ଜିଲ୍ଲାର ଘସିପୁରାରେ ୭୫.୩ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଲହୁଣୀପଡ଼ାରେ ୭୫.୦, କେନ୍ଦୁଝର ଜିଲ୍ଲାର ହାଟଡିହିରେ ୫୫.୧, କଳାହାଣ୍ଡି ଜିଲ୍ଲାର ଥୁଆମୁଳ ରାମପୁରରେ ୪୨.୦, କେନ୍ଦୁଝର ଜିଲ୍ଲାର ଆନନ୍ଦପୁରରେ ୩୬.୪, ସୁନ୍ଦରଗଡ଼ ଜିଲ୍ଲାର ଟେନସାରେ ୩୬.୪, ଭଦ୍ରକ ଜିଲ୍ଲାର ବନ୍ତରେ ୩୨.୦, ବାଲେଶ୍ଵର ଜିଲ୍ଲାର ସୋରରେ ୨୮.୦ ଏବଂ କୋରାପୁଟ ଜିଲ୍ଲା ପଟାଙ୍ଗିରେ ସର୍ବନିମ୍ନ ୨୫.୧ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।