ବଲାଙ୍ଗିର ,ମଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଧାର୍ଯ୍ୟ କରାଯାଇଛି । ତଦନୁସାରେ ମଇ ମାସ ୦୧ ତାରିଖ ସକାଳ ଘ ୮ ॰୩୦ ମି ସମୟରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳ ଙ୍କ କାର୍ଯ୍ୟ।ଳୟ ସମ୍ମିଳନୀ କକ୍ଷ ଠାରେ , ୦୮ ତାରିଖରେ ପାଟଣାଗଡ ବ୍ଲକ କାର୍ଯ୍ୟ।ଳୟ ଠାରେ , ୧୫ ତାରିଖରେ ପୁଇଁତଲା ବ୍ଲକ କାର୍ଯ୍ୟ।ଳୟ ଠାରେ ,୨୨ ତାରିଖରେ ସଇଁତଳା ବ୍ଲକ କାର୍ଯ୍ୟ।ଳୟ ଠାରେ ଓ ୨୯ ତାରିଖରେ ଖପ୍ରାଖୋଲ ବ୍ଲକ କାର୍ଯ୍ୟ।ଳୟ ଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁଷ୍ଠିତ ହେବ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ସେମାନଙ୍କର ବ୍ୟକ୍ତିଗତ ତଥା ସାମୁହିକ ସମସ୍ୟାମୂଳକ ଅଭିଯୋଗ ଜଣାଇପାରିବେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ବିଭିନ୍ନ ବିଭାଗ ର ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଙ୍କ ଅଭିଯୋଗ ଶୁଣାଣୀ କରି ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରିବେ । ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଏହି ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ନିଜ ନିଜର ଅଭିଯୋଗ ଜଣାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଉଛି ।
Related Stories
November 23, 2024