-
କାର୍ଯ୍ୟଗୋଷ୍ଠୀ ବୈଠକର ପ୍ରଥମ ଦିନର କାର୍ଯ୍ୟକ୍ରମକୁ କେନ୍ଦ୍ର ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ସୁଭାଷ ସରକାର କଲେ ସମ୍ବୋଧିତ
ଭୁବନେଶ୍ୱର,ଭୁବନେଶ୍ୱର ଠାରେ ଜି-୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀର ତୃତୀୟ ବୈଠକ ଆଜି ଠାରୁ ଆରମ୍ଭ ହୋଇଛି । ଏହି ତିନି ଦିନିଆ ବୈଠକରେ ଜି୨୦ ସଦସ୍ୟ ରାଷ୍ଟ୍ର, ନିମନ୍ତ୍ରିତ ରାଷ୍ଟ୍ର ଏବଂ ଓଇସିଡି, ୟୁନେସ୍କୋ ଏବଂ ୟୁନିସେଫ ଭଳି ନିମନ୍ତ୍ରିତ ସଂଗଠନର ପ୍ରତିନିଧିମାନେ ଅଂଶଗ୍ରହଣ କରୁଛନ୍ତି । କାର୍ଯ୍ୟଗୋଷ୍ଠୀ ବୈଠକର ପ୍ରଥମ ଦିନର କାର୍ଯ୍ୟକ୍ରମକୁ ଭାରତ ସରକାରଙ୍କ ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ସୁଭାଷ ସରକାର ସମ୍ବୋଧିତ କରିଛନ୍ତି ।
ଏନଏସଡିସି ସହଭାଗିତାରେ ଭୁବନେଶ୍ୱରସ୍ଥିତ ସିଏସଆଇଆର-ଖଣିଜ ଓ ବସ୍ତୁବିଦ୍ୟା ପ୍ରତିଷ୍ଠାନ ଠାରେ ‘ଭବିଷ୍ୟତର କାର୍ଯ୍ୟ ପରିପ୍ରେକ୍ଷୀରେ ଆଜୀବନ ଅଧ୍ୟୟନ ପାଇଁ କ୍ଷମତା ବିକାଶ’ ବିଷୟବସ୍ତୁ ଉପରେ ସେମିନାର ଆୟୋଜିତ ହୋଇଛି ।