
ନୂଆଦିଲ୍ଲୀ, ଦେଶରେ ୨୪ ଘଂଟା ମଧ୍ୟରେ ୭,୫୩୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଂଟାରେ ୨୮ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ଗତ ୨୪ ଘଂଟାରେ ୧୧,୦୪୭ ଜଣ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି । ଫଳରେ ସୁସ୍ଥତା ସଂଖ୍ୟା ୪,୪୩,୪୭,୦୨୪ ରେ ପହଚିଛି । ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୬୯% ରହିଛି ।
ଦେଶରେ ଦୈନିକ କୋଭିଡ୍-୧୯ ‘ପଜିଟିଭିଟି’ ହାର ୪.୦୮% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୫.୩୬% ରହିଥିବା କଥା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି । ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୩,୮୫୨କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି । ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୨% ।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୫୯,୨୧୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍ଆର ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ୨,୦୮,୧୧୨ଟି ନମୁନା ପରୀକ୍ଷା କରାଯାଇଛି ।