ଭୁବନେଶ୍ୱର, ମେ’ ମାସ ପ୍ରଥମ ସପ୍ତାହରେ ସୃଷ୍ଟି ହୋଇପାରେ ଏକ ଲଘୁଚାପ । ମେ’ ୫ ପାଖାପାଖି ଦକ୍ଷିଣ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଶନିବାର ଏହି ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହୋଇପାରେ । ଅବପାତଟି ବାତ୍ୟାରେ ପରିଣତ ହେବ କି ନାହିଁ ସ୍ପଷ୍ଟ ହୋଇନି । ବର୍ତମାନ ଆକଳନ ଅନୁସାରେ ଏହା ଓଡ଼ିଶାକୁ ପ୍ରଭାବ ପକାଇବନି ।