-
ଫାଇଭ ଟି ସଚିବଙ୍କ କ୍ଷେତ୍ର ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ପ୍ରଥମ ପର୍ଯ୍ୟାୟରେ ମଞ୍ଜୁର କଲେ ବାଇଶ କୋଟି ଟଙ୍କା .
-
ଫାଇଭ ଟି ଉପକ୍ରମ ରେ ନିର୍ଦିଷ୍ଟ ସମୟ ସୀମା ମଧ୍ୟରେ ଶେଷ ହେବ ବିକାଶ କାମ
ଭୁବନେଶ୍ୱର , ସାତଭାୟା ବଗପାଟିଆ ଥଇଥାନ କଲୋନୀ ଆଦର୍ଶ କଲୋନୀ ହେବ । ଭାଇଭ ଟି ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ ଙ୍କ ଗସ୍ତର ଚବିଶ ଘଣ୍ଟା ମଧ୍ୟରେ ବାଇଶ କୋଟି ଟଙ୍କା ମଞ୍ଜୁର ହେଲା ।
ମୁଖ୍ୟମନ୍ତ୍ରୀ ଙ୍କ ଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦ୍ଦେଶ କ୍ରମେ ଗତ ସତେଇଶ ଓ ଅଠେଇଶ ତାରିଖ ଦୁଇ ଦିନ ଧରି ଫାଇଭ ଟି ସଚିବ ଶ୍ରୀ ପାଣ୍ଡିଆନ୍ କେନ୍ଦ୍ରପଡା ଗସ୍ତ କରିଥିଲେ । ଗସ୍ତର ଦ୍ୱିତୀୟ ଦିନରେ ୨୮ ତାରିଖ ଦିନ ସେ ସାତଭାୟା ବଗପାଟିଆ ଅଞ୍ଚଳ ପରିଦର୍ଶନ କରିଥିଲେ । ଏହି ସମୟରେ ଶ୍ରୀ ପାଣ୍ଡିଆନ୍ ବିସ୍ଥାପିତ ଲୋକମାନଙ୍କୁ ଭେଟିଥିଲେ .ସେମାନଙ୍କ ସମସ୍ୟା ବୁଝିଥିଲେ .ସରକାର ଙ୍କ ଯୋଜନା ବିଷୟରେ ଲୋକଙ୍କ ସହ ଆଲୋଚନା କରିଥିଲେ ଏବଂ ସେମାନଙ୍କ ମତାମତ ପଚାରି ବୁଝିଥିଲେ ।
ପରେ ଭୁବନେଶ୍ୱର ଫେରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ସ୍ଥାନୀୟ ଲୋକଙ୍କ ଆବଶ୍ୟକତା ସମ୍ପର୍କରେ ଅବଗତ କରିଥିଲେ । ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ସାତଭାୟା ବଗପାଟିଆ ଆଦର୍ଶ କଲୋନୀ ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ତୁରନ୍ତ ବାଇଶ କୋଟି ପଚାଶ ଲକ୍ଷ୍ ଏକସତରୀ ହାଜର ଟଙ୍କା ର ପ୍ୟାକେଜ ମଞ୍ଜୁର କରିଛନ୍ତି ।
ଏହି ଅର୍ଥରେ ସେ ଅଞ୍ଚଳରେ ବନ୍ଧ ବାଡର ସୁଦୃଢୀକରଣ ସହିତ ହିତାଧିକାରୀଙ୍କ ବାସଗୃହ ,ଜୀବିକା କାର୍ଯ୍ୟକ୍ରମ .ରାସ୍ତା ,ପିଇବା ପାଣି ,ବିଜୁଳି ଓ ପଞ୍ଚାୟତ ଗୃହ ଆଦି ଭିତ୍ତିଭୂମି ର ବିକାଶ କରାଯିବ ।
ଏହା ସହିତ ଲୋକଙ୍କ ଆବଶ୍ୟକତା ଭିତ୍ତିରେ ସେମାନଙ୍କୁ ଚାଷ ଜମି ମଧ୍ୟ ଯୋଗାଇଦିଆଯିବ .
ସେହିପରି ପ୍ରସିଦ୍ଧ ପଞ୍ଚୁବରାହୀ ପୀଠ ରେ ଭିତ୍ତିଭୂମି ର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ସହ ଲାଇଟ ଏଣ୍ଡ ସାଉଂଡର ବ୍ୟବସ୍ଥା କରାଯାଇ ଏହାକୁ ଏକ ପ୍ରମୂଖ ପର୍ଯ୍ୟଟକ ସ୍ଥାନ ଭବରେ ବିକଶିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପର୍ଯ୍ୟଟନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । .
ଏ ସମସ୍ତ କାମ ଫାଇଭ ଟି ଉପକ୍ରମ ରେ ତୁରନ୍ତ ହାତକୁ ନେଇ ନିର୍ଦିଷ୍ଟ ସମୟ ସୀମା ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସୂଚନଯୋଗ୍ୟ ଯେ ଜଳବାୟୁ ପରିବର୍ତ୍ତନ ପ୍ରଭାବ ରେ ସାତଭାୟା ଅଞ୍ଚଳ ସମୁଦ୍ର ରେ ଲୀନ ହୋଇଯାଇଥିବାରୁ କ୍ଷତିଗ୍ରସ୍ତ ଲୋକଙ୍କୁ ବଗପାଟିଆ ରେ ଥଇଥାନ କରାଯାଉଛି । ଜଳବାୟୁ ପରିବର୍ତ୍ତନ ଦ୍ୱାର ପ୍ରଭାବିତ ଲୋକଙ୍କ ଥଇଥାନ ପାଇଁ ଏହା ଦେଶର ପ୍ରଥମ କଲୋନୀ ହେବ ।