ଭୁବନେଶ୍ଵର, ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରୀ ରହିଛି । ଯାହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ରାୟଗଡ଼ା ଜିଲ୍ଲାର ବିଶମକଟକରେ ସର୍ବାଧିକ ୨୨.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ବୌଦ୍ଧ ଜିଲ୍ଲାର ହରଭଙ୍ଗାରେ ୧୩.୦ ମି.ମି., କୋରାପୁଟ ଜିଲ୍ଲାର ସିମିଳିଗୁଡ଼ାରେ ୧୩.୦, କେନ୍ଦୁଝର ଜିଲ୍ଲାର କେନ୍ଦୁଝରଗଡ଼ରେ ୧୨.୨, କୋରାପୁଟ ଜିଲ୍ଲାର ନନ୍ଦପୁରରେ ୧୦.୦, କେନ୍ଦୁଝର ଜିଲ୍ଲାର ବାଂଶପାଳରେ ୯.୨, ଅନୁଗୁଳ ଜିଲ୍ଲାର ଆଠମଲ୍ଲିକରେ ୯.୧, କନ୍ଧମାଳ ଜିଲ୍ଲାର ବାଲିଗୁଡ଼ାରେ ୮.୦, ଅନୁଗୁଳ ଜିଲ୍ଲାର ପାଲଲହଡ଼ାରେ ୭.୦ ଏବଂ କେନ୍ଦୁଝର ଜିଲ୍ଲାର ଝୁମ୍ପୁରାରେ ସର୍ବନିମ୍ନ ୬.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।