ଭୁବନେଶ୍ୱର, ଭୂଦାନ କର୍ମୀ ଶତାୟୁ ନିଶାକର ଦାସଙ୍କ ବିୟୋଗରେ କେନ୍ଦ୍ର ଶିକ୍ଷା, କୌଶଳ ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି ଯେ – ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଭୂଦାନ କର୍ମୀ ଶତାୟୁ ନିଶାକର ଦାସଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦେଶ ସ୍ୱାଧୀନତା ସଂଗ୍ରାମରେ ତାଙ୍କର ଏକାଗ୍ରତା, କଠୋର ପରିଶ୍ରମ ଓ ଦେଶମାତୃକାର ସେବା ପାଇଁ ଯୋଗଦାନ ସବୁ ଦିନ ପାଇଁ ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।