ଭୁବନେଶ୍ୱର, ଆଗାମୀ ମେ ମାସ ତୃତୀୟ ସପ୍ତାହରେ ମାଟ୍ରିକ ରେଜଲ୍ଟ ପ୍ରକାଶିତ କରାଯାଇ ପାରେ । ଏଥିସହ ମେ ଶେଷ ସପ୍ତାହରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇପାରେ । ଭୁବନେଶ୍ୱର ଠାରେ ସାମ୍ବାଦିକ ମାନଙ୍କ ଏ ସମ୍ପର୍କିତ ପ୍ରଶ୍ନର ଉତ୍ତର ଦେଇ ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।
ସେ କହିଛନ୍ତିଯଦିଓ ପରୀକ୍ଷାଫଳ ତାରିଖ ନିର୍ଦ୍ଧାରିତ ହୋଇନାହିଁ, କିନ୍ତୁ ଖୁବ୍ ଶୀଘ୍ର ତାରିଖ ଘୋଷଣା କରାଯିବ । ଏଦିଗରେ ବୋର୍ଡ ଓ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟ କରୁଛନ୍ତି । ଖୁବ ଶୀଘ୍ର ଏନେଇ ତାରିଖ ଘୋଷଣା କରାଯିବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ।
ଏଠାରେ ଉଲ୍ଲେଖ କରାଯାଇ ପାରେ ଯେ ଏପ୍ରିଲ ୩ ତାରିଖରୁ ଖାତାଦେଖା ଆରମ୍ଭ ହୋଇଥିଲା । ରାଜ୍ୟର ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖିଥିଲେ ଶିକ୍ଷକ, ଶିକ୍ଷୟିତ୍ରୀ । ଏଥିପାଇଁ ମୂଲ୍ୟାୟନ କେନ୍ଦ୍ର ଗୁଡ଼ିକରେ କାର୍ଯ୍ୟରେ ଶିକ୍ଷକ, ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ । ଖାତାଦେଖାରେ ପ୍ରାୟ ୧୩ ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ନିୟୋଜିତ ରହିଥିଲେ ।
ଚଳିତବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ଫର୍ମ ପିଲିଫ କରିଥିଲେ । ମୋଟ ୩ ହଜାର ୨୧୮ ପରୀକ୍ଷା କେନ୍ଦ୍ର ହୋଇଥିଲା । ୩୧୬ଟି ନୋଡାଲ ସେଣ୍ଟର ବୋର୍ଡ ପକ୍ଷରୁ କରାଯାଇଥିଲେ । ମାଓ ପ୍ରଭାବିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଥିଲା । ସେହିପରି ପରୀକ୍ଷାରେ କପି ରୋକିବାକୁ ବୋର୍ଡ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଥିଲା ।