
ଭୁବନେଶ୍ୱର, ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ । ଆଜି (ରବିବାର)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାରସୁଗୁଡ଼ା ଗସ୍ତରେ ଯାଇ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ଭୋଟ୍ ଭିକ୍ଷା କରିବେ । ଝାରସୁଗୁଡାରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେବେ ବୋଲି ସୂଚନା ମିଳିଛି । ସୂଚନାଯୋଗ୍ୟ, ଆସନ୍ତା ୧୦ ତାରିଖରେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ମତଦାନ ହେବ।