ଭୁବନେଶ୍ୱର, ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ (ସିଡାକ୍) ପରିସରରେ ଥିବା ସେମିନାର ଗୃହରେ ପ୍ରଶିକ୍ଷକମାନଙ୍କ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ରାଜ୍ୟ ହସ୍ତଶିଳ୍ପ ନିର୍ଦ୍ଦେଶିକା ଶ୍ରୀମତୀ ପ୍ରଣତୀ ଛୋଟରାୟ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ । ଛଅଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ୩୬ ଜଣ ନିପୁଣ ଶିଳ୍ପୀ ଯୋଗଦାନ କରିଛନ୍ତି ।
ଏହି କାର୍ଯ୍ୟକ୍ରମ ଦ୍ୱାରା ପ୍ରତ୍ୟକ୍ଷ ଭାବେ ହସ୍ତଶିଳ୍ପ ପ୍ରଶିକ୍ଷକମାନଙ୍କ ଦକ୍ଷତା ବିକାଶ ହେବା ସଙ୍ଗେ ସଙ୍ଗେ ସେମାନଙ୍କ ଦ୍ୱାରା କାରିଗରମାନଙ୍କର ମଧ୍ୟ ଦକ୍ଷତା ବିକାଶ ହୋଇପାରିବ । ଏହି କାର୍ଯ୍ୟକ୍ରମରେ ସିଡାକ୍ ର ସଦସ୍ୟ ସଚିବ ଶିଶିର କୁମାର ରଥ ସ୍ୱାଗତ ଭାଷଣ ପ୍ରଦାନ କରିବା ସହିତ କାର୍ଯ୍ୟକ୍ରମର ରୂପରେଖ ବିଷୟରେ ଆଲୋକପାତ କରି ନିପୁଣ ଶିଳ୍ପୀମାନଙ୍କୁ ଉତ୍ସାହିତ କରିଥିଲେ । ସିଡାକ୍ ର ସହ ନିର୍ଦ୍ଦେଶକ ସନ୍ତୋଷ କୁମାର ମହାନ୍ତି ଧନ୍ୟବାଦ ଜ୍ଞାପନ କରିଥିଲେ ।