
ଭୁବନେଶ୍ୱର, ଝାରସୁଗୁଡା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ବିପୁଳ ବିଜୟ ପରେ ତାଙ୍କ ସହ ମୁଖ୍ୟମନ୍ତ୍ରୀ ଫୋନ ଯୋଗେ କଥାବାର୍ତ୍ତା ହୋଇ ଅଭିନନ୍ଦନ ଜଣାଇଛନ୍ତି । ଏହି ବିଜୟ ସହ ଝାରସୁଗୁଡାର ବିକାଶ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ବିଜେଡି ପ୍ରାର୍ଥିଙ୍କୁ ବିପୁଳ ଭୋଟରେ ବିଜୟ କରାଇଥିବାରୁ ଝାରସୁଗୁଡାବାସୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜଣାଇଛନ୍ତି ।