ଭୁବନେଶ୍ୱର, ଝାରସୁଗୁଡା ବିଧାନସଭା ଉପ ନିର୍ବାଚନ ପାଇଁ ଆଜି ଭୋଟ ଗଣନା ହେବ । ଝାରସୁଗୁଡା ସ୍ଥିତ ଇଞ୍ଜିନିୟରିଙ୍ଗ କଲେଜରେ ଥିବା ମତଗଣନା କେନ୍ଦ୍ର ରେ ମତଗଣନା ହେବ । ମତଗଣନା ସକାଳ ୮ଟାରୁ ଆରମ୍ଭ ହେବ । ପ୍ରଥମେ ପୋଷ୍ଟାଲ ବାଲାଟ ଗଣନା ହେବ । ସେହିପରି ୮.୩୦ରୁ ଇଭିଏମ ଗଣନା ଆରମ୍ଭ ହେବ ।
ମିଳିଥିବା ସୂଚନା ଅନୁସାରେ ଇଭିଏମ ଗଣନା ଲାଗି ୧୪ଟି କାଉଟିଙ୍ଗ ଟେବୁଲ ବ୍ୟବସ୍ଥା ହୋଇଛି । ଆଉ ଗୋଟିଏ କାଉଟିଙ୍ଗ ଟେବୁଲରେ ପୋଷ୍ଟାଲ ବାଲାଟ ଗଣନା ହେବ । 253 ବୁଥ ଥିବାରୁ ୧୯ ରାଉଣ୍ଡ ଗଣନା ହେବ ।
ସେହିପରି ମତ ଗଣନାକୁ ତଦାରଖ କରିବା ଲାଗି ସେଣ୍ଟ୍ରାଲ ଅବଜରଭର ଉପସ୍ଥିତ ରହିବେ । ପ୍ରତ୍ୟେକ ଟେବୁଲରେ ଜଣେ ଲେଖାଏଁ କାଉଟିଙ୍ଗ ସୁପରଭାଇଜର, ଜଣେ ସହାୟକ ରହିବେ । ଏହା ସହ ଜଣେ ମାଇକ୍ରୋ ଅବଜରଭର ରହିବେ । ଗ୍ରାଉଣ୍ଡବାରୀ ଫଳାଫଳ ଘୋଷଣା ଲାଗି ବ୍ୟବସ୍ଥା ହୋଇଛି ।
ପ୍ରତ୍ୟେକ ଟେବୁଲରେ ପ୍ରାର୍ଥୀ ତାଙ୍କର ଏଜେଣ୍ଟ ଦେଇପାରିବେ । ସେହିପରି ପ୍ରାର୍ଥୀ କିମ୍ବା ତାଙ୍କ ଏଜେଣ୍ଟ କାଉଟିଙ୍ଗ ସେଣ୍ଟରରେ ଉପସ୍ଥିତ ରହିପାରିବେ । ଭୋଟ ଗଣତି କେନ୍ଦ୍ରରେ ତ୍ରି-ସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଭିତରେ ଅର୍ଦ୍ଧ ସୁରକ୍ଷା ବଳ, ରାଜ୍ୟ ସଶସ୍ତ୍ର ପୁଲିସ ଓ ଓଡ଼ିଶା ପୁଲିସ ନିୟୋଜିତ ହେବେ । ସାଧାରଣ ଲୋକ ମଧ୍ୟ ସିଧାସଳଖ ଫଳାଫଳ ଜାଣିପାରିବେ । ଗତ ୧୦ ତାରିଖରେ ଭୋଟ ଗ୍ରହଣ ହୋଇଥିଲା ।