ଭୁବନେଶ୍ଵର, ଆଜିଠୁ ରାଜ୍ୟରେ ପୁଣି ବଢିବ ଦିନ ତାପମାତ୍ରା । ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ୨ ରୁ ୪ ଡ଼ିଗ୍ରୀ ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।୧୫ ମଇରୁ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରୀ ରହିବ । ଯାହାର ପ୍ରଭାବରେ ୧୫ ତାରିଖରୁ ଆଭ୍ୟନ୍ତରିଣ ଓଡ଼ିଶାର କିଛି ଜିଲ୍ଲାରେ ତାପମାତ୍ରା ୪୫ ଡ଼ିଗ୍ରୀ ଛୁଇଁବାର ସମ୍ଭାବନା ରହିଛି ।
ଏନେଇ ୧୫ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଏବଂ ଅନୁଗୁଳ ଏବଂ ୧୬ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, ସୋନପୁର, ବଲାଙ୍ଗିର ଏବଂ ଅନୁଗୁଳରେ ପ୍ରବଳ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବା ନେଇ ଚେତାବନୀ ଜାରୀ କରିଛି ପାଣିପାଗ ବିଭାଗ । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।