
ଚମ୍ପୁଆ, କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ଏକ ବୋଲେରୋ ଭାରସାମ୍ୟ ହରାଇ ଗଛରେ ପିଟି ହେବା ଦ୍ବାରା ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକମାନେ ହେଲେ କୋଇଡ଼ା ଥାନା, କମଣ୍ଡୋ ଅଞ୍ଚଳର ବିନୋଦ ବାରିକ ଓ ନିଳାଦ୍ରି ଘଣା । ସେହିପରି ୨ ଗୁରୁତର ଆହତଙ୍କୁ କେନ୍ଦୁଝର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁଯାୟୀ, ମଙ୍ଗଳବାର ଦିନ ଏମାନେ ଏକ ବୋଲେରୋ ଯୋଗେ ଝାଡ଼ଖଣ୍ଡରେ ଏକ ବିବାହ ଭୋଜିରେ ଯୋଗ ଦେଇ ବିଳମ୍ବିତ ରାତିରେ ଘରକୁ ଫେରୁଥିଲେ । ତେବେ ରାମଚନ୍ଦ୍ରପୁର ନିକଟରେ ବୋଲେରୋଟି ଭାରସାମ୍ୟ ହରାଇ ଦ୍ରୁତ ଗତିରେ ଏକ ଶାଳ ଗଛରେ ପିଟି ହୋଇଥିଲା । ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଥିଲେ। ଗୁରୁତର ଆହତ ଦୁଇ ଜଣଙ୍କୁ କେନ୍ଦୁଝର ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବାବେଳେ ଖବର ପାଇ ଚମ୍ପୁଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବୋଲେରୋକୁ ଜବତ କରିବା ସହିତ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି।