
-
୩୨୨୨ ବିଦ୍ୟାଳୟରେ ପାସ୍ ହାର ଶତ ପ୍ରତିଶତ
ଭୁବନେଶ୍ୱର, ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ୨୦୨୩ ମାଟ୍ରିକ୍ ପରୀକ୍ଷାଫଳ ପ୍ରକାଶ ପାଇଛି । ଏଥର ପାସ୍ ହାର ୯୬.୪% ରହିଛି। କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଫଳ ଘୋଷଣା କରିଛନ୍ତି।
ଏବର୍ଷ ମୋଟ ୫୦୫୪୦୪ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨୫୧୨୯୮ ଜଣ ଛାତ୍ର ଓ ୨୫୭୧୦୬ଜଣ ଛାତ୍ରୀ ଥିବା ଜଣାଯାଇଛି। ଏଥର ଏ-୧ ଗ୍ରେଡରେ ପାସ୍ କରିଛନ୍ତି ୪୧୫୮ ଜଣ ଛାତ୍ରଛାତ୍ରୀ । ସେହିପରି ଏ-୨ ଗ୍ରେଡରେ ୩୫, ୮୩୮ ଜଣ ଛାତ୍ରଛାତ୍ରୀ, ବି-୧ ଗ୍ରେଡରେ ୭୭,୫୬୭ ଏବଂ ବି-୨ ଗ୍ରେଡରେ ୧, ୧୮, ୭୫୧ ଜଣ ପାସ୍ କରିଛନ୍ତି ।
ଏଥର ଛାତ୍ରଙ୍କଠାରୁ ଆଗରେ ଛାତ୍ରୀ ରହିଛନ୍ତି। ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସହାର ଅଧିକ ରହିଛି । ଏଥର ଛାତ୍ରମାନଙ୍କ ପାସ୍ ହାର ରହିଛି ୯୫.୭୫ ପ୍ରତିଶତ। ଅପରପକ୍ଷରେ ଚଳିତ ଥର ୯୭.୦୫ ପ୍ରତିଶତ ଛାତ୍ରୀ ପାସ୍ କରିଛନ୍ତି। ୨ଲକ୍ଷ ୫୭ ହଜାର ୧୦୬ ଜଣ ଛାତ୍ରୀ ପାସ୍ କରିଥିବା ବେଳେ ୨ ଲକ୍ଷ ୫୧ ହଜାର ୨୯୮ ଜଣ ଛାତ୍ର ପାସ୍ କରିଛନ୍ତି। ୨୨୫୪ ଜଣ ଛାତ୍ରୀ ଏ-୧ ଗ୍ରେଡରେ ପାସ୍ କରିଥିବା ବେଳେ ୧୯୦୫ଜଣ ଛାତ୍ରୀ ଏ-୧ ଗ୍ରେଡରେ ପାସ୍ କରିଛନ୍ତି।
କଟକ ଓ ଜଗତସିଂହପୁର ଜିଲ୍ଲାରେ ସର୍ବାଧିକ ୯୭.୯୯ ପ୍ରତିଶତ ପାସ ହାର ହୋଇଥିବା ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ମାାଲକାନଗିରିରେ ସର୍ବନିମ୍ନ ୯୨.୬୬ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ତେଣେ ରାଜ୍ୟର ୩୨୨୨ ବିଦ୍ୟାଳୟରେ ପାସ୍ ହାର ଶତ ପ୍ରତିଶତ ରହିଛି।