
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ କୃତି ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାର କୃତି ଛାତ୍ରଛାତ୍ରୀଙ୍କୁ ମୋର ଶୁଭେଚ୍ଛା। ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କ ଉଦ୍ୟମକୁ ପ୍ରଶଂସା କରୁଛି। ଫଳାଫଳ ନିର୍ବିଶେଷରେ ଜୀବନରେ ସଫଳ ହେବା ସହ ସମାଜ ପାଇଁ କିଛି କରିବାର ଦୃଢ଼ ମନୋଭାବ ନେଇ ସମସ୍ତେ ଆଗକୁ ବଢ଼ନ୍ତୁ। ସମସ୍ତଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି।