ଭୁବନେଶ୍ୱର,ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ(ମାଟ୍ରିକ୍) ପରୀକ୍ଷା ଫଳ ଆଜି ଗୁରୁବାର ପ୍ରକାଶ ପାଇବ । ଆଜି ବିଭାଗୀୟ ମନ୍ତ୍ରୀ ଓ ସଚିବଙ୍କ ଉପସ୍ଥିତିରେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇବ ।
ଦିନ ୧୨ଟା ସୁଦ୍ଧା ସମସ୍ତେ ମାଟ୍ରିକ୍ ପରୀକ୍ଷା ଫଳ ଜାଣିପାରିବେ । ପିଲାମାନେ ମୋବାଇଲରେ ଏସଏମଏସ କରି ମଧ୍ୟ ଜାଣିପାରିବେ । ଯେ ଛାତ୍ରଛାତ୍ରୀ ମାନେ ୱେବସାଇଟରୁ ବି ଫଳ ଜାଣିପାରିବେ । ବୋର୍ଡ ୱେବସାଇଟରେ ଛାତ୍ରଛାତ୍ରୀ ରେଜଲ୍ଟ ଜାଣିପାରିବେ । ଏହାସହିତ ନିଜର ମୋବାଇଲରୁ ଓଆର୧୦ ଏବଂ ନିଜର ରୋଲ ନମ୍ବରକୁ ଟାଇପ କରି ୫୬୭୬୭୫୦କୁ ପଠାଇଲେ ପରୀକ୍ଷା ଫଳ ଜାଣିହେବ । ଏଥର ୫ ଲକ୍ଷ ୧୮ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ଏଥର ପରୀକ୍ଷାଫଳକୁ ତ୍ରୁଟିଶୂନ୍ୟ କରିବା ଲାଗି ପ୍ରୟାସ କରାଯାଇଛି ।
ସୂଚନାଯୋଗ୍ୟ, ମାଟ୍ରିକ୍, ମଧ୍ୟମା, ମୁକ୍ତବିଦ୍ୟାଳୟ ପାଇଁ ମୋଟ ୫ଲକ୍ଷ ୪୧ହଜାର ୨୪୭ ପରୀକ୍ଷାର୍ଥୀ ଫର୍ମପୂରଣ କରିଥିବା ବେଳେ ରାଜ୍ୟର ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ପ୍ରଶ୍ନପତ୍ର ରଖିବା ପାଇଁ ୩୧୬ଟି ନୋଡାଲ ସେଣ୍ଟର କରାଯାଇଥିଲା ।
ରାଜ୍ୟରେ ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷାର୍ଥୀଙ୍କ ଉତ୍ତର ଖାତାର ମୂଲ୍ୟାୟନ ଏପ୍ରିଲ ୩ ତାରିଖରୁ ଆରମ୍ଭ ହୋଇ ୧୨ ଦିନ ପର୍ଯ୍ୟନ୍ତ ଚାଲିଥିଲା ।