
ହିରୋସିମା, ଜାପାନର ହିରୋସିମା ସହରରେ ମହାତ୍ମା ଗାନ୍ଧୀଙ୍କ ଆବକ୍ଷ ପ୍ରତିମୂର୍ତ୍ତି ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି , ‘ଜି୭’ ଶିଖର ସମ୍ମିଳନୀ ପାଇଁ ଜାପାନ ଗସ୍ତ ସମୟରେ ମହାତ୍ମା ଗାନ୍ଧୀଙ୍କର ଆବକ୍ଷ ପ୍ରତିମୂର୍ତ୍ତି ଉନ୍ମୋଚନ କରିବାର ସୁଯୋଗ ପାଇଲି। ହିରୋସିମାସ୍ଥିତ ମହାତ୍ମା ଗାନ୍ଧୀଙ୍କ ଆବକ୍ଷ ପ୍ରତିମୂର୍ତ୍ତି ଅହିଂସା ଚିନ୍ତାଧାରାକୁ ଅଗ୍ରସର କରାଇବ। ମହାତ୍ମା ଗାନ୍ଧୀଙ୍କ ପ୍ରତି ମୋର ଶ୍ରଦ୍ଧାଞ୍ଜଳି।