
ଭୁବନେଶ୍ୱର, ୨୦୨୩-୨୪ ଶିକ୍ଷାବର୍ଷରେ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆଜିଠୁ ଆବେଦନ ଆରମ୍ଭ ହୋଇଛି । ଛାତ୍ରଛାତ୍ରୀମାନେ ଆସନ୍ତା ଜୁନ ୨୦ ଯାଏ ଆବେଦନ କରିପାରିବେ ।
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଅଧୀନ ବିଦ୍ୟାଳୟର କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ହେବ। ପୂର୍ବାହ୍ନ ୧୧ଟାରେ ସାମ୍ସ ପୋର୍ଟାଲ ରେ କମନ୍ ଆପ୍ଲିକେସନ ଫର୍ମ(ସିଏଏଫ୍) ଉପଲବ୍ଧ ହେବ। ଆଗ୍ରହୀ ଛାତ୍ରଛାତ୍ରୀ ଜୁନ୍ ୨୦ ସୁଦ୍ଧା ନାମ ପଞ୍ଜୀକରଣ କରିପାରିବେ ଏବଂ ଜୁନ୍ ୨୮ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ।