
ଭୁବନେଶ୍ୱର, ଆଜି (ବୁଧବାର)ପ୍ରକାଶ ପାଇବ ୨ ପରୀକ୍ଷା ଫଳ । ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇବ । ବୁଧବାର ପୂର୍ବାହ୍ନ ୧୧ଟାରେ ରେଜଲ୍ଟ ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି । ପରବର୍ତୀ ସମୟରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସସି) ପରୀକ୍ଷା ନିୟନ୍ତ୍ରକ ଏହି ସୂଚନା ଦେଇଛନ୍ତି ।ଓଡିଶାରେଜଲ୍ଟସ୍ ଡଟ୍ ଏନଆଇସି ଡଟ୍ ଇନ୍ ୱେବସାଇଟ୍ ରୁ ଛାତ୍ରଛାତ୍ରୀ ସେମାନଙ୍କ ରେଜଲ୍ଟ ଜାଣିପାରିବେ ।
ସୂଚନାଯୋଗ୍ୟ ଯେ ଗତ ମାର୍ଚ୍ଚ ୧ ତାରିଖରୁ ଯୁକ୍ତ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଏପ୍ରିଲ୍ ୫ ତାରିଖରେ ଶେଷ ହୋଇଥିଲା । ଏପ୍ରିଲ୍ ୧୦ ତାରିଖରେ ଖାତା ଦେଖା ଆରମ୍ଭ ହୋଇଥିଲା । ଚଳିତ ବର୍ଷ ମୋଟ୍ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢ଼େ ୩ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏଥରୁ କଳାରେ ୨ଲକ୍ଷ ୧୯ହଜାର ୧୧୦, ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ ।