ଭୁବନେଶ୍ୱର – ଆସନ୍ତାକାଲି ଠାରୁ ଓଡିଶା ବିଧାନସଭାର ବିଧାୟକ ଓ ବିଧାୟିକାମାନଙ୍କର ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହେବ । ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବାକୁ ଥିବା ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ପୂର୍ବାହ୍ନ ୧୦.୪୫ ମିନିଟ୍ ସମୟରେ ଉଦ୍ଘାଟନ କରିବେ । ଏହି କାର୍ଯ୍ୟକ୍ରମ ୨ ଦିନ ଧରି ଚାଲିବ ।
ଲୋକସଭା ସଚିବାଳୟ (ଗଣତନ୍ତ୍ର ପାଇଁ ସଂସଦୀୟ ଗବେଷଣା ଓ ପ୍ରଶିକ୍ଷଣ ଅନୁଷ୍ଠାନ) ଓ ଓଡ଼ିଶା ବିଧାନସଭା ସଚିବାଳୟର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ରେ ବିଧାନସଭାର ବରିଷ୍ଠ, ଅଭିଜ୍ଞ ଅନୁଭୂତିସଂପନ୍ନ ମନ୍ତ୍ରୀ, ବିଧାୟକ ଓ ଲୋକସଭା ସଚିବାଳୟର ବରିଷ୍ଠ ଅଧିକାରୀମାନେ ଅଂଶଗ୍ରହଣ କରି ବିଧାନସଭାର କାର୍ଯ୍ୟବିଧି ଓ କାର୍ଯ୍ୟ ପରି·ଳନା ନିୟମାବଳୀ ଉପରେ ଆଲୋଚନା କରିବେ ।