
ଭୁବନେଶ୍ୱର, ତାତିରୁ ମିଳିବନି ତ୍ରାହି । ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ହିଟ୍ ୱେଭ୍ ନେଇ ରାଜ୍ୟର ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୁବର୍ଣ୍ଣପୁର. ବଲାଙ୍ଗିର, ବୌଦ୍ଧ, କେନ୍ଦୁଝର ଓ ମୟୂରଭଞ୍ଜ । ଟାଣ ଖରାରେ ପଦାକୁ ନ ବାହାରିବାକୁ ପାଣିପାଗ କେନ୍ଦ୍ର ଜନସାଧାରଣଙ୍କୁ ପରାମର୍ଶ ଦେଇଛି ।
ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଂଜ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଂଜାମ , ଗଜପତି, କନ୍ଧମାଳ, ଅନୁଗୁଳ, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି, ବିଜୁଳି ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଏହାସହ ଘଂଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ମଧ୍ୟ ବହିପାରେ । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ଆସନ୍ତାକାଲି ପାଇଁ ବରଗଡ, ସମ୍ବଲପୁର, ସୁନ୍ଦରଗଡ, ଝାରସୁଗୁଡା, ସୋନପୁର , ବଲାଙ୍ଗିର , ବୌଦ୍ଧ ଓ କେନ୍ଦୁଝର ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କେନ୍ଦୁଝର, ମୟୁରଭଂଜ, ଗଜପତି, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।