ଭୁବନେଶ୍ଵର, ଆଗାମୀ ୨୪ ଘଂଟା ମଧ୍ୟରେ ଝାରସୁଗୁଡା, ସମ୍ବଲପୁର, ବରଗଡ, ସୋନପୁର, ସୁନ୍ଦରଗଡ, ବଲାଙ୍ଗୀର, ବୌଦ୍ଧ, ମୟୁରଭଞ୍ଜ, କେନ୍ଦୁଝର ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ସମ୍ଭାବନା ରହିଛି ।
ରାଜ୍ୟରେ ଦିନ ତାପମାତ୍ରାରେ ଆଗାମୀ ୫ ଦିନ ଯାଏଁ ବିଶେଷ ପରିବର୍ତନର ସମ୍ଭାବନା ନଥିବାବେଳେ ୩ ରୁ ୪ ଦିନ ଯାଏଁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଉପକୂଳରେ ଗୁଳୁଗୁଳି ଜାରି ରହିବ । କିଛି କିଛି ସ୍ଥାନରେ ତାପମାତ୍ରା ସ୍ଵାଭାବିକ୍ ଠାରୁ ୩ ରୁ ୫ ଡ଼ିଗ୍ରୀ ଯାଏଁ ଅଧିକ ରହିବାର ସମ୍ଭାବନା ରହିଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।