
ଚମ୍ପୁଆ, ଚମ୍ପୁଆ ଥାନା ଅନ୍ତର୍ଗତ ୫୨୦ ନମ୍ବର ଜାତୀୟ ରାଜପଥ ବାସୁଦେବପୁର ନିକଟରେ ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମହିଳାଙ୍କୁ ଗାଡିଟି ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ଘଟଣାସ୍ଥଳରେ ହିଁ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳାଙ୍କ ନାମ ସରସ୍ବତୀ ସର୍ଦାର। ସେ କଣ୍ଡରା ଗ୍ରାମର ବୋଲି ଜଣାପଡିଛି। ଖବର ପାଇ ଚମ୍ପୁଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।