-
ରଥଯାତ୍ରା କୁ ସୁରୁଖୁରୁରେ ସମାପନ ପାଇଁ ସମସ୍ତଙ୍କ ସହଯୋଗ କାମନା କଲେ – ମୁଖ୍ୟମନ୍ତ୍ରୀ,
କୈଳାଶ ଚନ୍ଦ୍ର ପଣ୍ଡାଙ୍କ ରିପୋର୍ଟ, ପୁରୀ,
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ପ୍ରସ୍ତୁତି ପାଇଁ ସ୍ବତନ୍ତ୍ର ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ରଥାଯାତ୍ରା ଯେପରି ଶାନ୍ତିଶୃଙ୍ଖଳା ସହିତ ସୁରୁଖୁରୁରେ ଅନୁଷ୍ଠିତ ହେବ, ସେଥିପାଇଁ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି।
ମହାପ୍ରଭୂ ଓଡିଆ ଜାତିର ଶ୍ରେଷ୍ଠ ପରିଚୟ । ମହାପ୍ରଭୂଙ୍କ ରଥଯାତ୍ରାକୁ ସାରା ବିଶ୍ୱ ଚାହିଁ ରହି ଥାଏ । ମହାପ୍ରଭୂଙ୍କ ରଥଯାତ୍ରା ସୁରୁଖୁରୁ ରେ ଶେଷ କରିବା ଆମ ସମସ୍ତଙ୍କ ଦାୟିତ୍ୱ । ଠିକ୍ ସମୟରେ ମହାପ୍ରଭୂଙ୍କ ନୀତି ପାଳନ କରାଯିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ।ପୁରୀକୁ ଆସୁଥିବା ଭକ୍ତମାନଙ୍କ ସୁରକ୍ଷା ଓ ଅନ୍ୟ ସୁବିଧା ପାଇଁ ସ୍ୱତନ୍ତ୍ର ଧ୍ୟାନ ଦିଆଯିବା ଦରକାର । ଏ ବର୍ଷ ଗ୍ରୀଷ୍ମ ପ୍ରବାହ କୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବା ଦରକାର ।ଦେଶ ,ବିଦେଶରୁ ଆସୁଥିବା ଭକ୍ତମାନେ ଯେପରି ଭଲ ଅନୁଭବ ନେଇ ଫେରିବେ ସେଥିପ୍ରତି ଆମେ ବିଶେଷ ଧ୍ୟାନ ଦେବା ଦରକାର ।
ପୁରୀର ଜନସାଧାରଣ, ମହାପ୍ରଭୂଙ୍କ ସେବାୟତ, ପ୍ରଶାସନ ପୁଲିସ ସମସ୍ତେ ସେବା ଓ ସମର୍ପଣ ମନୋଭାବ , ମହାପ୍ରଭୂଙ୍କ ଏ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ସଫଳ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ରୂପରେଖ ପୁସ୍ତକର ଉନ୍ମୋଚନ କରିଥିଲେ।
ବୈଠକରେ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଯୋଗ ଦେଇ ରଥଯାତ୍ରା ପ୍ରସ୍ତୁତି ସଂପର୍କରେ ବିଭିନ୍ନ ନିଷ୍ପତ୍ତି ଏବଂ ଏହାର ଅନୁପାଳନ ସଂପର୍କରେ ସୂଚନା ଦେଇଥିଲେ।
ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ରଥାଯାତ୍ରା ପାଇଁ ନିଆଯାଇଥିବା ସମସ୍ତ ପ୍ରସ୍ତୁତି ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ସୁନିଲ ବଂଶଲ ଆଇନ ଶୃଙ୍ଖଳା ବ୍ୟବସ୍ଥା, ପରିଚାଳନା ଓ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଥିଲେ ।
ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାଶକ ଶ୍ରୀ ରଞ୍ଜନ କୁମାର ଦାସ ସ୍ବାଗତ ଭାଷଣ ଦେଇଥିଲେ ଏବଂ କେନ୍ଦ୍ରାଞ୍ଚଳ ଆର.ଡି.ସି ଶ୍ରୀ ସୁରେଶ ଚନ୍ଦ୍ର ଦଳାଇ ଧନ୍ୟବାଦ ଅର୍ପଣ କରିଥିଲେ।
ଅନ୍ୟ ମାନଙ୍କ ମଧ୍ୟରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ,ଇସ୍ପାତ, ଖଣି ଓ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକ, ଶକ୍ତି ମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ,ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର, ପୁରୀ ବିଧାୟକ ଶ୍ରୀ ଜୟନ୍ତ କୁମାର ଷଡ଼ଙ୍ଗୀ,ଉନ୍ନୟନ କମିଶନର ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶକ୍ତି ବିଭାଗ ନିକୁଞ୍ଜ ବିହାରୀ ଧଳ, ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ରାଧାକୃଷ୍ଣ ଶର୍ମା, ଆଇନ୍ ବିଭାଗର ପ୍ରମୁଖ ଶାସନ ସଚିବ ଧନେଶ୍ୱର ମଲ୍ଲିକ, ଗୁଇନ୍ଦା ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା,ଅତିରିକ୍ତ ଡିଜି ଆଇନ ଶୃଙ୍ଖଳା ସଞ୍ଜୟ କୁମାର, ଗୃହ ନିର୍ମାଣ ଓ ନଗର ଉନ୍ନୟନ ପ୍ରମୁଖ ସଚିବ ଜି ମାଥିଭାଥନନ,ସୂଚନା ଓ ଲୋକ ସମ୍ପର୍କ ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ କମିଶନର ଶାଲିନୀ ପଣ୍ଡିତ,ଦେବୋତ୍ତର କମିଶନର ଶିଶିର ରଥ, ଆଇଜି ସେଣ୍ଟ୍ରାଲ ରେଞ୍ଜ ଆଶିଷ ସିଂ, ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ଯାଦବ, ଓରମାସ ସିଇଓ ଗୁହା ପୁନମ ତାପସ କୁମାର,ଜିଲ୍ଲାପାଳ ସମର୍ଥ ବର୍ମା, ଏସପି ଡଃ କନୱର ବିଶାଲ ସିଂ,ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ,ମନ୍ଦିର କମିଟି ଉପଦେଷ୍ଟା ,ଛତିଶା ନିଯୋଗର ସଦସ୍ୟ ,ସେବାୟତ ବୃନ୍ଦ, ଗଣମାଧ୍ୟମ ପ୍ରତିନିଧି, ବିଭିନ୍ନ ବିଭାଗ ର ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।